ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି ।
ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ବିଶେଷ କରି କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତର ବନ୍ୟା ସ୍ଥିତିକୁ ସେ ଅନୁଧ୍ୟାନ କରିଛନ୍ତି।
ପରିଦର୍ଶନ ସମୟରେ କେଉଁ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଅଧିକ ରହିଛି, କେଉଁ ସ୍ଥାନରେ କ୍ଷୟକ୍ଷତି ବେଶି ହୋଇଛି ଏବଂ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ଅଗ୍ରଗତି କେମିତି ରହିଛି, ସେ ସମ୍ପର୍କରେ ଅଧିକାରୀଙ୍କଠାରୁ ସୂଚନା ନେଇଛନ୍ତି।
ଏହି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ସ୍ୱତନ୍ତ୍ର ସହାୟତା କମିଶନର (SRC) ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି, ଉଦ୍ଧାର କାର୍ଯ୍ୟ ଏବଂ ରିଲିଫ୍ ବ୍ୟବସ୍ଥା ନେଇ ମଧ୍ୟ ଆଲୋଚନା କରାଯାଇଥିଲା।
ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ସମୀକ୍ଷା ବୈଠକ କରିବେ। ଏହି ବୈଠକରେ ବନ୍ୟାଜନିତ କ୍ଷୟକ୍ଷତିର ଆକଳନ, ପ୍ରଭାବିତ ଲୋକଙ୍କୁ ସହାୟତା ପ୍ରଦାନ ଏବଂ ପରବର୍ତ୍ତୀ ପଦକ୍ଷେପ ନେଇ ନିଷ୍ପତ୍ତି ନିଆଯିବ।
ଚର୍ଚ୍ଚା NEWS












