ଉତ୍ତର ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାର ସମ୍ଭାବନା ।
ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ନିକଟରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାର ସମ୍ଭାବନା । ଗତକାଲିଠୁ କଟକ-ଭୁବନେଶ୍ୱର ଟୁଇନ ସିଟିରେ ତୁହାକୁ ତୁହା ବର୍ଷା ହେଉଛି। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ବାକି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା କାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ମୌସୁମୀ ପ୍ରଭାବ ଥିବାରୁ ଆଗାମୀ ୨୪ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତର ସମ୍ଭାବନା ରହି ଛି।
ଓଡ଼ିଶା ସହିତ କର୍ଣ୍ଣାଟକର ଉପକୂଳ ଅଞ୍ଚଳ, ପୂର୍ବ ମଧ୍ୟପ୍ରଦେଶ, ପୂର୍ବ ରାଜସ୍ଥାନ, କେରଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ରହିଛି । ସେହିପରି ଅଣ୍ଡାମାନ-ନିକୋବାର, ଅରୁଣାଚଳ ପ୍ରଦେଶ, ଆସାମ-ମେଘାଳୟ, ବିହାର, ଛତିଶଗଡ଼, ପୂର୍ବ ଉତ୍ତର ପ୍ରଦେଶ, ଗାଙ୍ଗେୟ ପଶ୍ଚିମବଙ୍ଗ, ଝାରଖଣ୍ଡ, ଉତ୍ତରାଖଣ୍ଡ ସମେତ ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପାଣିପାଗ ବିଭାଗ ନିମ୍ନାଞ୍ଚଳ ଓ ନଦୀକୂଳ ଅଞ୍ଚଳର ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି । ଅନାବଶ୍ୟକ ଯାତ୍ରା ଏଡ଼ାଇବା ସହିତ ସ୍ଥାନୀୟ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ମଧ୍ୟ କୁହାଯାଇଛି ।
ଚର୍ଚ୍ଚା news












