ଆସମରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ । ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କଲେ ହିମନ୍ତ । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରାଜ୍ୟରେ ନୂତନ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି ।
ଆସମରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ । ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କଲେ ହିମନ୍ତ । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରାଜ୍ୟରେ ନୂତନ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି । ଯଦିଓ ନୂଆ ସରକାରଙ୍କ ଶପଥ ଗ୍ରହଣ ସମୟ ନେଇ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ, ତଥାପି ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ମେ ୧୧ ତାରିଖରେ ଏହି ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ ।
ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର ସମ୍ଭାବନା ରହିଛି, ଯାହାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି । ଉତ୍ତର-ପୂର୍ବ ଭାରତର ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟରେ ବିଜେପିର ଏହି ନୂଆ ପାଳିକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।
ଚର୍ଚ୍ଚା news












