ଗଞ୍ଜାମ ଜିଲ୍ଲାରେ ପହଞ୍ଚିଛନ୍ତି ଭାରତର ପ୍ରଥମ ନାଗରିକ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗଞ୍ଜାମ ଜିଲ୍ଲାର ତପ୍ତପାଣିରେ ପହଞ୍ଚିଛନ୍ତି ।
ଗଞ୍ଜାମ ଜିଲ୍ଲାରେ ପହଞ୍ଚିଛନ୍ତି ଭାରତର ପ୍ରଥମ ନାଗରିକ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗଞ୍ଜାମ ଜିଲ୍ଲାର ତପ୍ତପାଣିରେ ପହଞ୍ଚିଛନ୍ତି । ଭୁବନେଶ୍ୱର ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁର ଆସିଥିବା ରାଷ୍ଟ୍ରପତିଙ୍କୁ ଷ୍ଟେସନରେ ଭବ୍ୟ ସ୍ୱାଗତ କରାଯାଇଥିଲା । ଦିନ ୧୧ଟା ୧୦ ମିନିଟରେ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚିବା ପରେ ସେ ସଡ଼କ ପଥରେ ତପ୍ତପାଣି ଅଭିମୁଖେ ଯାତ୍ରା କରିଥିଲେ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ସ୍ୱତନ୍ତ୍ର ଟ୍ରେନରେ ବ୍ରହ୍ମପୁର ଆସିଥିଲେ ।
ତପ୍ତପାଣିରେ ପହଞ୍ଚି ରାଷ୍ଟ୍ରପତି ମାଆ କନ୍ଧୁଣୀଙ୍କ ଦର୍ଶନ କରିବା ସହ ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ରାତିରେ ସେ ଗୋଳାବନ୍ଧ ଆର୍ମି ଏଡି କଲେଜରେ ରାତ୍ରିଯାପନ କରିବେ । ଆସନ୍ତାକାଲି ପୁଣି ବ୍ରହ୍ମପୁରରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ରହ୍ମପୁରରୁ ତପ୍ତପାଣି ପର୍ଯ୍ୟନ୍ତ ସୁରକ୍ଷା ବଳ ମୁତୟନ କରାଯାଇଥିବା ବେଳେ, ସମଗ୍ର ଗସ୍ତକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ କରାଯାଇଛି ।
ଚର୍ଚ୍ଚା












