ରାୟଗଡ ତା:
ରବିନ୍ଦ୍ର ନାଥ ମହାପାତ୍ର
ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ ୭୭ଟି ଅଭିଯୋଗ ଶୁଣିଥିଲେ ରାୟଗଡା ଜିଲ୍ଲାପାଳ। ଜିଲ୍ଲାପାଳ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଜିଲ୍ଲା ବନ ଅଧିକାରୀ ସଚିନ ଅହ୍ନା ସାହେବ ,ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପ ଜିଲ୍ଲାପାଳ, ରାୟଗଡ,ଶ୍ରୀ ରମେଶ କୁମାର ଜେନା,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଜିଲ୍ଲା ଉପ ଆରକ୍ଷୀ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ମୋଟ ୭୭ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬୯ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୮ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୬ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କୁ ଜିଲ୍ଲାପାଳ ୭୦ହଜାର ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଶିବିରରେ ହିଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l
ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
By Charcha News











