ପୁଣି ଲଘୁଚାପ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ପୁଣି ଲଘୁଚାପ। ପୁଣି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଏହା ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳ ଦେଇ ଗତି କରିବାର ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ଆସନ୍ତା କିଛି ଦିନ ରାଜ୍ୟରେ ବର୍ଷା ଜାରି ରହିବ । ବିଶେଷକରି ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଜି ମଧ୍ୟ ସାରା ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ବର୍ଷାକୁ ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଏବଂ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପର ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ସେହିପରି ଉପକୂଳ ଓଡ଼ିଶା ସହ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ ରହିଛି। ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ନଦୀଜଳସ୍ତର ବୃଦ୍ଧି ନେଇ ମଧ୍ୟ ନଜର ରଖାଯାଉଛି ।
ଚର୍ଚ୍ଚା tv











