ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ କଂସରରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ କଂସରରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସେମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଏହା ସହିତ ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କୁ ତୁରନ୍ତ ସମୁଚିତ ଚିକିତ୍ସା ସେବା ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନ ଓ ସମ୍ବନ୍ଧିତ କର୍ତ୍ତୃପକ୍ଷଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଚର୍ଚ୍ଚା news












