ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ନିର୍ମମ ହତ୍ୟା ଘଟଣାକୁ ନେଇ ବିରୋଧୀ ଦଳନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଏକ ଚିଠି ଲେଖି ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଚିଠିରେ ନବୀନ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ହିଞ୍ଜିଳି ଅନ୍ତର୍ଗତ ଖରିଡା ଗାଁରେ ଘଟିଥିବା ଏହି ଘଟଣା ଅତ୍ୟନ୍ତ ହୃଦୟବିଦାରକ ।
BY_SUBHASMITA_DT_6.5.2026
ଗଞ୍ଜାମ ଜିଲ୍ଲା ହିଞ୍ଜିଳିର ଖରିଡା ଗାଁରେ ଜଣେ ଗର୍ଭବତୀ ମହିଳାଙ୍କ ନିର୍ମମ ହତ୍ୟା ଘଟଣା ସମଗ୍ର ଓଡ଼ିଶାକୁ ନଡ଼କାଇ ଦେଇଛି । ଘଟଣାକୁ ନେଇ ଏବେ ରାଜନୀତି ମଧ୍ୟ ସରଗରମ ହୋଇପଡ଼ିଛି । ବିରୋଧୀ ଦଳନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ Naveen Patnaik ମୁଖ୍ୟମନ୍ତ୍ରୀ Mohan Charan Majhiଙ୍କୁ ଚିଠି ଲେଖି ଗଭୀର ଉଦବେଗ ପ୍ରକାଶ କରିଛନ୍ତି ।
ଚିଠିରେ ନବୀନ ପଟ୍ଟନାୟକ ଲେଖିଛନ୍ତି ଯେ, ନ୍ୟାୟ ଦାବିରେ ନିଜ ଶିଶୁକୁ କୋଳରେ ଧରି ସ୍ୱାମୀଙ୍କ ଘର ସାମ୍ନାରେ ଧାରଣାରେ ବସିଥିବା ସମୟରେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅତ୍ୟନ୍ତ ହୃଦୟବିଦାରକ । ଘଟଣା ସମୟରେ ମା’ର ମୃତଦେହ ପାଖରେ ୩ ବର୍ଷର ଶିଶୁର କାନ୍ଦୁଥିବା ଦୃଶ୍ୟ ସମଗ୍ର ରାଜ୍ୟବାସୀଙ୍କ ମନକୁ ଆଘାତ ଦେଇଥିବା ସେ କହିଛନ୍ତି ।
ବିରୋଧୀ ଦଳନେତା ଘଟଣାରେ ତୁରନ୍ତ ଅଭିଯୁକ୍ତଙ୍କ ଗିରଫ ସହ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ସେହିପରି ଘଟଣାର ସାକ୍ଷୀ ହୋଇଥିବା ଶିଶୁକୁ ଚିକିତ୍ସା, ଆର୍ଥିକ ସହାୟତା ଓ ପୁନର୍ବାସ ସୁବିଧା ଯୋଗାଇବାକୁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
ଏହା ସହ ମହିଳା ଧାରଣାରେ ବସିଥିବା ସମୟରେ ପୋଲିସ ପକ୍ଷରୁ ପୂର୍ବରୁ କାହିଁକି ସୁରକ୍ଷାମୂଳକ ପଦକ୍ଷେପ ନିଆଯାଇନଥିଲା, ସେନେଇ ମଧ୍ୟ ତଦନ୍ତ ଦାବି ହୋଇଛି । ଏପରି ଘଟଣାର ପୁନରାବୃତ୍ତି ରୋକିବାକୁ କଡ଼ା ପଦକ୍ଷେପ ନେବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି ।
ଚର୍ଚ୍ଚା news












