ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା ଏବଂ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ମୁହଁ ଖୋଲିଛନ୍ତି। ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି।
BY-Subhasmita-dt-22.7.2026
ନିଟ୍ ପ୍ରଶ୍ନପତ୍ର ଲିକ୍ ଓ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି। ନୂଆଦିଲ୍ଲୀରେ ଦଳୀୟ ସାଂସଦମାନଙ୍କ ସହ ଆଲୋଚନା ପରେ ସେ କହିଛନ୍ତି, ଛାତ୍ରଛାତ୍ରୀଙ୍କ ଉପରେ ହୋଇଥିବା ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ ଏବଂ ବର୍ତ୍ତମାନ ପରିସ୍ଥିତିରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦେବା ଉଚିତ।
ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ
ମାନସ ରଞ୍ଜନ ମଙ୍ଗରାଜଙ୍କ ନେତୃତ୍ୱରେ ବିଜେଡିର ରାଜ୍ୟସଭା ସାଂସଦମାନେ ନୂଆଦିଲ୍ଲୀସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ। ଛାତ୍ରଛାତ୍ରୀଙ୍କ ନ୍ୟାୟ ପାଇଁ ବିଜେଡି ସବୁବେଳେ ସେମାନଙ୍କ ସହ ରହିବ ବୋଲି ସାଂସଦମାନେ ଆଶ୍ୱାସନା ଦେଇଥିଲେ ।
ଚର୍ଚ୍ଚା news












