ବାହୁଡାଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବଡ଼ ବୈଠକ ବସିଛି । ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ବାହୁଡାଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବଡ଼ ବୈଠକ ବସିଛି । ବାହୁଡା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୁଲିସର ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ କରିଛନ୍ତି । ପହଣ୍ଡି, ରଥଟଣା, ଦକ୍ଷିଣ ମୋଡ଼, ଆଡ଼ପ ମଣ୍ଡପ ଦର୍ଶନ ସମୟରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିୟମିତ ତଦାରଖ କରୁଛନ୍ତି ।
ଭିଡରେ ଜନଗହଳିକୁ କ୍ରାଉଡ ଡେନସିଟି ପଦ୍ଧତିରେ ଅନୁଧ୍ୟାନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସିସିଟିଭିରୁ ମିଳୁଥିବା ସୂଚନାକୁ ଇଣ୍ଟିଗ୍ରେଟେଡ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ବ୍ୟବସ୍ଥା ଜରିଆରେ ସମସ୍ୟା ଥିବା ସ୍ଥାନକୁ ତୁରନ୍ତ ପ୍ରଦାନ କରାଗଲେ, ସମସ୍ୟାର ସମାଧାନ ହୋଇପାରିବ । ସମସ୍ତ ନୀତିକାନ୍ତିକୁ ସୁଚାରୁ ରୂପେ ପରିଚାଳନା କରିବାକୁ ସ୍ୱତନ୍ତ୍ର ଧ୍ୟାନ ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଦୁଇଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୁଲିସ ମହାନିର୍ଦ୍ଦେଶକ, ଅଗ୍ନିଶମ ପୁଲିସ ମହାନିର୍ଦ୍ଦେଶକ, ପୁଲିସ ମଡର୍ଣ୍ଣାଇଜେସନ୍ର ଅତିରିକ୍ତ ମହାନିର୍ଦ୍ଦେଶକ, ପୁଲିସ ପ୍ରଶାସନର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ । ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟଶାସନ ସଚିବ, ଉନ୍ନୟନ କମିଶନର ପ୍ରମୁଖ ଉପସ୍ଥିତ ରହିଥିଲେ ।
ଚର୍ଚ୍ଚା news












