ବିଶେଷ କରି ରାଜ୍ୟର ତିନୋଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷ କରି ରାଜ୍ୟର ତିନୋଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଅନ୍ୟ ୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ଏବଂ ପ୍ରାୟ ୧୧ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଶଙ୍କା ରହିଛି ।
ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ପାଣିପାଗ ବିଭାଗ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଶ୍ରେଣୀରେ ରଖିଛି । ଏହା ସହିତ ଅନ୍ୟ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ, ତେଣୁ ପ୍ରଶାସନ ପକ୍ଷରୁ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଲଘୁଚାପର ପ୍ରଭାବ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରହିବାକୁ ଥିବାରୁ ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ଉପରେ ନଜର ରଖାଯାଇଛି ।
ଚର୍ଚ୍ଚା tv











