ଉମରକୋଟ/ଶ୍ରୀକାନ୍ତ ନନ୍ଦ : ଉମରକୋଟ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଆଜି ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଅନୁସୂଚୀତ ଜନଜାତି ଓ ଅନୁସୂଚୀତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ଏହି କ୍ରୀଡ଼ା ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ଗଣ୍ଡ କହିଥିଲେ ଯେ, କ୍ରୀଡ଼ା କ୍ଷେତ୍ରରେ ନବରଙ୍ଗପୁର ଜିଲ୍ଲା ଖୁବ୍ ଆଗରେ ରହିଛି। ପିଲାମାନଙ୍କ ମଧ୍ୟରେ ଖେଳୁଆଡ଼ ମନୋଭାବ ଜାଗ୍ରତ ହେବା ଏକ ଶୁଭ ଲକ୍ଷଣ ବୋଲି ସେ କହିଥିଲେ। ଶିକ୍ଷା ସହିତ କ୍ରୀଡ଼ାର ସାମଞ୍ଜସ୍ୟ ହିଁ ପିଲାମାନଙ୍କ ସର୍ବାଙ୍ଗୀଣ ବିକାଶର ମୂଳ କାରଣ ବୋଲି ସେ ମତ ପ୍ରକାଶ କରିଥିଲେ।
ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ସମସ୍ତ ଖେଳାଳିଙ୍କୁ ମନ୍ତ୍ରୀ ଶ୍ରୀ ଗଣ୍ଡ ଶୁଭେଚ୍ଛା ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। କାର୍ଯ୍ୟକ୍ରମଟି ସୁଶୃଙ୍ଖଳିତ ଏବଂ ସୁବ୍ୟବସ୍ଥିତ ଭାବେ ଅନୁଷ୍ଠିତ ହୋଇଥିଲା।
ଉମରକୋଟରେ ଜିଲ୍ଲା ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦଘାଟିତ
By Charcha News












