ଅଫେରା ରାଇଜରେ ଓଡ଼ିଶାର ଲୋକପ୍ରିୟ ସଂଗୀତ ନିର୍ଦେଶକ ଅଭିଜିତ ମଜୁମଦାର । ଦୀର୍ଘଦିନ ହେବ ସେଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ ଅଭିଜିତ । ପ୍ରଥମେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହୋଇଥିଲେ ପରବର୍ତୀ ସମୟରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଫୁସଫୁସ ସଂକ୍ରମଣ ସହ ଏକାଧିକ ରୋଗରେ ମଧ୍ୟ ସଂକ୍ରମଣ ହୋଇଥିଲେ । ଗତ ବର୍ଷ ସେପ୍ଟେମ୍ବର ୪ ତାରିଖରେ ସଙ୍କଟାପନ୍ନ ଅବସ୍ଥାରେ ICUରେ ଭର୍ତ୍ତି ହୋଇ ଚିକିତ୍ସିତ ହୋଇଥିଲେ । ସେ ଅକ୍ଟୋବର ୨୩ ତାତିଖରୁ ICUରୁ ବାହାରି ଜେନେରାଲ ମେଡିସିନ ୱାର୍ଡରେ ଚିକିତ୍ସିତ ହେଉଥିଲେ । ସେ କୋମାରେ ରହି ଧିରେ ଧିରେ ସୁସ୍ଥ ହେଉଥିଲେ । ହସ୍ପିଟାଲରୁ ସୁସ୍ଥ ହୋଇ ସେ ଘରକୁ ମଧ୍ୟ ଫେରିଥିଲେ । ହଠାତ ଅଭିଜିତ ମଜୁମଦାର ରବିବାର ଦିନ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି ।
ଅଫେରା ରାଇଜରେ ଓଡ଼ିଶାର ଲୋକପ୍ରିୟ ସଂଗୀତ ନିର୍ଦେଶକ ଅଭିଜିତ ମଜୁମଦାର
By Charcha News












