୧୧/୮/୨୫ ସାମ୍ବାଦିକ ମାନସ୍ ନେତାମ୍
ମାଲକାନଗିରି : ଆଜି ଖଇରପୁଟ ବ୍ଲକ କାର୍ଯ୍ୟାଳୟ ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ। ଆଜି ମୋଟ ୧୦୩ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୫୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୦ ଗୋଟି ପେନସନ ସମ୍ବନ୍ଧୀୟ ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ଆବାସ ସମସ୍ୟା ଓ ରାସନ୍ କାର୍ଡ ସମସ୍ୟା ଆଦି ପ୍ରମୁଖ ରହିଥିଲା। ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ବନଖଣ୍ଡ ଅଧିକାରୀ ସାଇ କିରଣ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ l ଖଇରପୁଟ ବିଡିଓ ଉମା ଶଙ୍କର କୋୟା, ଅତିରିକ୍ତ ଜିଲ୍ଲାପାଳ ନିର୍ବାଚନ ଅଶୋକ ଚକ୍ରବର୍ତ୍ତୀଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶୁଣାଣୀରେ ରାସନ୍ କାର୍ଡ, ପେନସନ୍ ଓ ଆବାସ ସମ୍ବନ୍ଧୀୟ ସମସ୍ୟାର ତୁରନ୍ତ ସମାଧାନ ପାଇଁ କ୍ୟାମ୍ପ କରାଯାଇ ଅନଲାଇନ୍ ସେବା ଯୋଗାଇ ଦିଆଯାଇଥିଲା











